କରୋନା ମୁକାବିଲା ପାଇଁ ୩ ମାସର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କଲେ ବିଧାୟକ ପାଲ ।

ଅନୁଗୋଳ(IYA NEWS:27/03/2020):

ସମଗ୍ର ବିଶ୍ବରେ ଭୟ ଓ ଆତଙ୍କ ଖେଳାଉଥିବା କରୋନା ମହାମାରୀକୁ ମୁକାବିଲା କରିବା ପାଇଁ ପାଲଲହଡ‍ା ବିଧାୟକ ମୁକେଶ ପାଲ ମୁଖ୍ୟମନ୍ତ୍ରୀଙ୍କ ଅାହ୍ୱାନକ୍ରମେ ନିଜର ୩ ମାସର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିବେ। ବିଧାୟକ ପାଲ କହିଛନ୍ତି ଯେ କୋଭିଡ୍ -୧୯ ସମଗ୍ର ବିଶ୍ୱ ପାଇଁ ଏକ ବିରାଟ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ପର୍ଯ୍ୟାପ୍ତ ପରିମାଣର ପାଣ୍ଠିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣ ମଧ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପଣ୍ଡକୁ ଦାନ କରିବାକୁ ଅପିଲ କରିଛନ୍ତି ବିଧାୟକ ପାଲ।

ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା କରୋନା ପାଇଁ ବର୍ତ୍ତମାନ ପରିସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସ୍ବତନ୍ତ୍ର ଭାବେ ‘କୋଭିଡ-୧୯ ଫଣ୍ଡ’ ଭାବେ ଉଲ୍ଲେଖ କରାଯିବ। ପ୍ରଭାବିତ ଲୋକମାନଙ୍କୁ ମାନବିକତା ଦୃଷ୍ଟିରୁ ସହଯୋଗ ନିମନ୍ତେ ସମସ୍ତେ ‘କୋଭିଡ-୧୯ ଫଣ୍ଡ’କୁ ସହୃଦୟତାର ସହ ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।


 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।