ମନ୍ଦିର ପରିସରରେ ଚିକେନ କରି ଖାଇବା ଘଟଣା : ୩ ପୂଜକ ଗିରଫ ।

ତାଳଚେର(IYA NEWS:30/03/2020):
ମନ୍ଦିର ପରିସରରେ ଚିକେନ କରି ଖାଇବା ପଡ଼ିଲା ମହଙ୍ଗା । ୩ ପୂଜକଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଲା । ଘଟଣାରୁ ପ୍ରକାଶ ଯେ ଅନୁଗୋଳ ଜିଲ୍ଲା ତାଳଚେରର ପ୍ରସିଦ୍ଧ ଶୈବପୀଠ ପଶ୍ଚିମେଶ୍ୱର ମନ୍ଦିର ପରିସରରେ ପୂଜକମାନେ ଚିକେନ ରୋଷେଇ କରି ଖାଇବାର ଭିଡିଓ ଭାଇରାଲ ହୋଇଥିଲା । ଯାହାକୁ ବେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ସମ୍ପୃକ୍ତ ପୂଜକଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ହୋଇଥିଲା । ତାଳଚେର ପୋଲିସ ଘଟଣାର ତଦନ୍ତ କରି ୩ ଜଣ ପୂଜକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ତାଳଚେର ବଡ଼ଦାଣ୍ଡସାହିର ମଙ୍ଗୁଳୁ ମହାପାତ୍ର , ସନ୍ତୋଷ ମହାପାତ୍ର , ଲେଙ୍କ ମହାପାତ୍ର । ଗତ ୨୮ ତାରିଖରେ ଏହି ୩ ପୂଜକ ମନ୍ଦିର ପରିସରରେ ଚିକେନ୍‌ ରୋଷେଇ କରୁଥିଲେ । କେତେକ ଯୁବକ ଏହା ଦେଖିବା ପରେ ଏହାର ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଛାଡ଼ିଥିଲେ ।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।