ଆଜି ଅନୁଗୋଳରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୨୩୩ ରେ ।

ଅନୁଗୋଳ(IYA NEWS:22/07/2020):
ଆଜି ଅନୁଗୋଳ ଜିଲ୍ଲାରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୩ ଜଣ ଓ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଅନୁଗୋଳ ପୌରାଞ୍ଚଳରୁ ୨ ଜଣ ମହିଳା ଓ ଜଣେ ପୁରୁଷଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡରେ ଆଣ୍ଟିଜେନ୍ ଟେଷ୍ଟ କରାଯାଇ ପଜିଟିଭ ହୋଇଥିବାର ଜଣାପଡିଛି । ଏହି ୩ ଜଣକ ମଧ୍ୟରେ ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଓ ଜଣେ ୫୨ ବର୍ଷିୟା ମହିଳା ଗୋଟିଏ ପରିବାରର ସ୍ବାମୀ ସ୍ତ୍ରୀ ହୋଇଥିବାବେଳେ ଆଉ ଜଣେ ୫୦ ବର୍ଷ ମହିଳା ଅନ୍ୟ ଏକ ପରିବାରର ଯେଉଁମାନେ କି ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଛନ୍ତି । ସେହିପରି ଛେଣ୍ଡିପଦା ବ୍ଳକ୍ ଅଂଚଳର ଏକ ଅସ୍ଥାୟୀ ମେଡିକାଲ ଶିବିରରୁ ଜଣେ ୨୬ ବର୍ଷିୟ ଆନ୍ଧ୍ରପ୍ରଦେଶ ଫେରନ୍ତା ପୁରୁଷ ଓ ଏହି ବ୍ଲକ୍ ଅଂଚଳର ଏକ ଗ୍ରାମରୁ ଜଣେ ୧୪ ବର୍ଷିୟା ବାଳିକା ଯିଏକି ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଏହି ୫ ଜଣକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩ ରେ ପହଂଚିଲା । ଆକ୍ରାନ୍ତମାନଙ୍କୁ ତାଳଚେର କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ଏହା ମଧ୍ୟରେ କୋଭିଡ ହସପିଟାଲରୁ ୪ ଜଣ ସୁସ୍ଥ ହୋଇ କୋଭିଡ କେୟାର ସେଣ୍ଟରକୁ ନିରୀକ୍ଷଣ ନିମନ୍ତେ ଯାଇଛନ୍ତି । ଏ ସହିତ ପୂର୍ବରୁ ସୁସ୍ଥ ହୋଇଥିବା ୧୩୪କୁ ମିଶାଇ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୧୩୮ରେ ପହଂଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।