ଆଜି ଅନୁଗୋଳରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୨୪୫ ରେ ।

ଅନୁଗୋଳ(IYA NEWS:23/07/2020):
ଆଜି ଅନୁଗୋଳ ଜିଲ୍ଲାରୁ ୧୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବଅଁରପାଳ ବ୍ଳକ୍ ସ୍ଥିତ ଏକ ଶିଳ୍ପ‍ାଞ୍ଚଳରୁ ୫ ଜଣ, ଅନୁଗୋଳ ଲ ପୌରାଂଚଳରୁ ୫ ଜଣ ଓ ଅନୁଗୋଳ ବ୍ଳକ୍ ଅଂଚଳରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବଅଁରପାଳ ବ୍ଳକ୍ ଅଂଚଳର ଶିଳ୍ପାଞ୍ଚଳରୁ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା ଅଟନ୍ତି । ପୁରୁଷମାନଙ୍କ ବୟସ ଯଥାକ୍ରମେ ୫୬,୪୪,୬୭ ଓ ୫୭ ବର୍ଷ ହୋଇଥିବା ବେଳେ ମହିଳାଙ୍କ ବୟସ ୪୭ ବର୍ଷ ଓ ଏମାନେ ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି ।ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ଆଣ୍ଟିଜେନ ଟେଷ୍ଟ କରାଯାଇ ଅନୁଗୋଳ ପୌରାଂଚଳର ୫ ଜଣ କରୋନା ପଜିଟିଭକୁ ଚିହ୍ନଟ କରାଯାଇଛି । ସେଥୁମଧ୍ୟରୁ ଜଣେ ମହିଳା ଓ ୪ ଜଣ ପୁରୁଷ ଅଟନ୍ତି । ମହିଳାଙ୍କର ବୟସ ୪୮ ବର୍ଷ ହୋଇଥିବାବେଳେ ପୁରୁଷମାନଙ୍କ ବୟସ ଯଥାକ୍ରମେ ୫୫,୪୧,୪୨ ଓ ୪୫ ବର୍ଷ ଅଟେ ।ସେହିପରି ଅନୁଗୋଳ ବ୍ଳକ୍ ଅଂଚଳର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ଜଣେ ୪୦ ବର୍ଷୀୟା ମହିଳା ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧିନ ଥିବାବେଳେ ଅନ୍ୟ ଜଣେ ୩୧ ବର୍ଷୀୟ ପୁରୁଷ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୧୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣଙ୍କୁ ତାଳଚେର କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଂଚଳକୁ ବିଶୋଧନ କରାଯିବା ସହ କଣ୍ଟାକ୍ଟ ଟ୍ରେସିଂ କାର୍ଯ୍ୟ ଚାଲୁ ରହିଛି ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ ରେ ପହଂଚିଲା । ଇତିମଧ୍ୟରେ ୯ ଜଣ ସୁସ୍ଥ ହୋଇ କୋଭିଡ କେୟାର ସେଣ୍ଟରକୁ ନିରିକ୍ଷଣ ନିମନ୍ତେ ଯାଇଛନ୍ତି । ପୂର୍ବରୁ ସୁସ୍ଥ ହେଇଥିବା ୧୩୮କୁ ମିଶାଇ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୧୪୭ରେ ପହଂଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।