ଆଜି ଅନୁଗୋଳରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୨୫୯ ରେ ।

ଅନୁଗୋଳ(IYA NEWS:26/07/2020):
ଆଜି ଅନୁଗୋଳ ଜିଲ୍ଲାରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ବଅଁରପାଳ ବ୍ଳକ ଅଂଚଳରୁ ୪ ଜଣ ଓ ଜଣେ ଅନୁଗୋଳ ପୌରପାଳିକା ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ବଅଁରପାଳ ବ୍ଲକରୁ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ପୁରୁଷ ଯାହାଙ୍କ ବୟସ ୫୧ ଓ ୩୦ ଓ ଜଣେ ମହିଳାଙ୍କ ବୟସ ୨୩ ବର୍ଷ ଅଟେ । ଏହି ୩ ଜଣ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ତାଙ୍କର ପଜିଟିଭ ବାହାରିବା ଜଣାପଡ଼ିଛି । ସେହିପରି ଏହି ବ୍ଳକ୍ ଅଂଚଳର ଜଣେ ୨୯ ବର୍ଷୀୟ ପୁରୁଷ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପଜିଟିଭ ବାହାରିଛି । ଅନୁଗୋଳ ପୌରପାଳିକା ଅଂଚଳର ଜଣେ ୫୧ ବର୍ଷୀୟ ପୁରୁଷ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ଜଣାପଡିଛି । ଏହି ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣଙ୍କୁ ଆଜି ତାଳଚେର କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ପଠାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ପଜିଟିଭ ବାହାରିଥିବା ଅଂଚଳକୁ ସମ୍ପୃକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ପୌରପାଳିକା ନିର୍ବାହୀ ଅଧିକାରୀ ଅଗ୍ନିଶମ ଅଧିକାରୀଙ୍କ ସହ ମିଶି ବିଶୋଧନ କରିବା ସହ କଣ୍ଟ୍ରାକ୍ଟ ଟ୍ରେସିଂ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ଆଜି ବାହାରିଥିବା ଏହି ୫ ଆକ୍ରାନ୍ତକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୯ରେ ପହଂଚିଲା । ଇତି ମଧ୍ୟରେ ୧୪ ଜଣ ସୁସ୍ଥ ହୋଇ କୋଭିଡ କେୟାର ସେଣ୍ଟରକୁ ନିରୀକ୍ଷଣ ନିମନ୍ତେ ସ୍ଥାନାନ୍ତର ହୋଇଛନ୍ତି । ପୂର୍ବରୁ ସୁସ୍ଥ ହୋଇଥିବା ୧୪୯ କୁ ମିଶାଇ
ସୁସ୍ଥଙ୍କ ସଂଖ୍ୟା ୧୬୩ ରେ ପହଂଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।