ଆଜି ଅନୁଗୋଳରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୨୫୪ ରେ ।

ଅନୁଗୋଳ(IYA NEWS:25/07/2020):
ଆଜି ଅନୁଗୋଳ ଜିଲ୍ଲାରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଳଚେର ପୌରାଞ୍ଚଳର ଜଣେ ୨୯ ବର୍ଷୀୟା ମହିଳା ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପଜିଟିଭ ବାହାରିଛି । ସେହିପରି ବଅଁରପାଳ ବ୍ଳକ୍ ଅଂଚଳର ଜଣେ ୨୬ ବର୍ଷୀୟା ମହିଳା ନିଜ ପରିବାରରେ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଛନ୍ତି । ୨ ଜଣକ ମଧ୍ୟରୁ ଆଜି ୨ୟ ମହିଳା ଜଣକୁ ତାଳଚେର କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ଏହି ୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୪ ରେ ପହଂଚିଲା । ଇତି ମଧ୍ୟରେ ୨ ଜଣ ସୁସ୍ଥ ହୋଇ କୋଭିଡ କେୟାର ସେଣ୍ଟରକୁ ନିରୀକ୍ଷଣ ନିମନ୍ତେ ସ୍ଥାନାନ୍ତର ହୋଇଛନ୍ତି । ପୂର୍ବରୁ ସୁସ୍ଥ ହୋଇଥିବା ୧୪୭କୁ ମିଶାଇ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୧୪୯ରେ ପହଂଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।