ଆଜି ଅନୁଗୋଳରୁ ୧୩ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୩୧୫ ରେ ।

ଅନୁଗୋଳ(IYA NEWS:30/07/2020):
ଜିଲ୍ଲାରୁ ଆଜି ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୧୩ ଜଣଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫ରେ ପହଞ୍ଚିଲା । ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୧୧ ଜଣ ଓ ତାଳଚେର ବ୍ଲକ୍ ଅଞ୍ଚଳରୁ ୨ ଜଣ ଆଜି ଚିହ୍ନଟ ହୋଇଛନ୍ତି । ବଅଁରପାଳ ବ୍ଳକ୍ ଅଞ୍ଚଳର ଗୋଟିଏ ଗ୍ରାମରୁ କେବଳ ୧୧ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ପୁରୁଷ ଓ ୪ ଜଣ ମହିଳା ଅଟନ୍ତି । ୭ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୭୫ , ୭୪ , ୫୦ , ୪୦ , ୨୨ , ୨୦ ଓ ୧୨ ( ବାଳକ ) ହୋଇଥିବାବେଳେ ୪ ଜଣ ମହିଳାଙ୍କ ବୟସ ଯଥାକ୍ରମେ ୭୦ , ୬୫ , ୪୫ ଓ ୪୦ ବର୍ଷ ଅଟେ । ଏମାନଙ୍କ ମଧ୍ୟରୁ ୧୦ ଜଣ ଗୋଟିଏ ପରିବାରର ହୋଇଥିବା ବେଳେ ଜଣେ ଅନ୍ୟ ଏକ ପରିବାରର ଯେଉଁମାନେ କି ପୂର୍ବରୁ ତାଙ୍କ ପରିବାରରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ । ସେହିପରି ତାଳଚେର ବ୍ଲକରୁ ଆକ୍ରାନ୍ତ ହୋଇଥିବା ୨ ଜଣକ ମଧ୍ୟରେ ଜଣେ ୪୮ ବର୍ଷିୟ ପୁରୁଷ ଓ ୪୪ ବର୍ଷିୟା ମହିଳା ( ସ୍ଵାମୀ ଓ ସ୍ତ୍ରୀ ) ଅଟନ୍ତି । ମହିଳା ଜଣକ ସରକାରୀ କର୍ମଚାରୀ ଭାବେ ଏକ ଅସ୍ଥାୟୀ ମେଡିକାଲ ଶିବିରରେ ଦାୟିତ୍ବ ନିର୍ବାହ କରୁଥିଲେ । 
ଏହି ୧୩ ଜଣ ଆକ୍ରାନ୍ତଙ୍କୁ ଆଜି ତାଳଚେର କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ପଜିଟିଭ ବାହାରିଥିବା ଅଞ୍ଚଳକୁ ସମ୍ପୃକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଜିଲ୍ଲା ଅଗ୍ନିଶମ ଅଧିକାରୀଙ୍କ ଦ୍ୱାରା ବିଶୋଧନ କରିବା ସହ କଣ୍ଟ୍ରାକ୍ଟ ଟ୍ରେସିଂ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ଇତିମଧ୍ୟରେ ୯ ଜଣ ସୁସ୍ଥ ହୋଇ କୋଭିଡ କେୟାର ସେଣ୍ଟରକୁ ନିରୀକ୍ଷଣ ନିମନ୍ତେ ସ୍ଥାନାନ୍ତର ହୋଇଛନ୍ତି । ପୂର୍ବରୁ ସୁସ୍ଥ ହୋଇଥିବା ୨୦୭ ଜଣକୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ୨୧୬ରେ ପହଞ୍ଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।