ଆଜି ଅନୁଗୋଳରୁ ୬ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୨୬୫ ରେ ।

 ଅନୁଗୋଳ(IYANEWS:27/07/2020):
ଆଜି ଅନୁଗୋଳ ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଠମଲ୍ଲିକ ବ୍ଲକ୍ ଅଂଚଳରୁ ୪ ଜଣ , ତାଳଚେର ଓ କିଶୋରନଗର ବ୍ଲକ୍ ଅଂଚଳରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଠମଲ୍ଲିକ ବ୍ଲକ୍ ଅଂଚଳର ଏକ ଅସ୍ଥାୟୀ ମେଡିକାଲ ଶିବିରରୁ ଚିହ୍ନଟ ହୋଇଥୁବା ୪ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୨୫ , ୩୫ , ୨୮ ଓ ୪୨ ବର୍ଷ ଅଟେ । ଏମାନଂକ ମଧ୍ୟରୁ ୨୫ ଓ ୨୮ ବର୍ଷିୟ ୨ ଜଣ ପୁରୁଷ କର୍ଣ୍ଣାଟକରୁ ଫେରିଥିବାବେଳେ ୩୫ ବର୍ଷିୟ ପୁରୁଷ ଗୁଜୁରାଟ ଓ ୪୨ ବର୍ଷିୟ ପୁରୁଷ ମହାରାଷ୍ଟ୍ରରୁ ଫେରି ସଂଗରୋଧରେ ଥିଲେ । ତାଳଚେର ବ୍ଲକ୍ ଅଂଚଳରୁ ଜଣେ ୨୫ ବର୍ଷୀୟ ଯୁବକ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କିଶୋରନଗର ବ୍ଲକ୍ ଅଂଚଳର ଜଣେ ୬୫ ବର୍ଷିୟା ମହିଳା ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣକୁ ଆଜି ତାଳଚେର କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ଏଥିସହିତ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬୫ରେ ପହଂଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।