ଆଜି ଅନୁଗୋଳରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୩୩୯ ରେ ।

ଅନୁଗୋଳ(IYA NEWS:01/08/2020):
ଆଜି ଅନୁଗୋଳ ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯ରେ ପହଂଚିଛି । ଏହି ୩ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଂଚଳରୁ ୨ ଜଣ ଓ କଣିହାଁ ବ୍ଳକ୍ ଅଂଚଳରୁ ଜଣେ ଚିହ୍ନଟ ହୋଇଛନ୍ତି । ବଅଁରପାଳ ବ୍ଳକ୍ ଅଂଚଳରୁ ଚିହ୍ନଟ ହୋଇଥିବା ୨ ଜଣ ଆକ୍ରାନ୍ତ ପୁରୁଷଙ୍କ ମଧ୍ୟରୁ ଜଣେ ୨୩ ବର୍ଷୀୟ ତାମିଲନାଡୁ ଫେରନ୍ତା ପୁରୁଷ ଏକ ଅସ୍ଥାୟୀ ମେଡିକାଲ ଶିବିରରେ ସଙ୍ଗରୋଧରେ ଥିଲେ । ଏହି ବ୍ଲକର ୨ୟ ଆକ୍ରାନ୍ତ ଜଣଙ୍କ ୩୮ ବର୍ଷୟ ପୁରୁଷ ଯିଏକି ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ସେହିପରି କଣିହାଁ ବ୍ଳକ୍ ଅଂଚଳର ଜଣେ ୪୨ ବର୍ଷିୟ ପୁରୁଷ କଟକର ଏକ ଘରୋଇ ହସପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଂକର ପଜିଟିଭ ବାହାରିଛି । ଏହି ୩ ଜଣଙ୍କ ମଧ୍ୟରୁ ବଅଁରପାଳ ବ୍ଳକ୍ ଅଂଚଳର ୨ ଜଣ ଆକ୍ରାନ୍ତଙ୍କୁ ଚିକିତ୍ସା ନିମନ୍ତେ ଆଜି ତାଳଚେର କୋଭିଡ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜକୁମାର ମହାନ୍ତି ପ୍ରକାଶ କରିଛନ୍ତି । ଇତି ମଧ୍ୟରେ ତାଳଚେର କୋଭିଡ ହସପିଟାଲରୁ ଚିକିତ୍ସିତ ହୋଇ ସୁସ୍ଥ ହୋଇଥିବା ୬ ଜଣଙ୍କୁ ନିଜ ଘରେ Isolation ରେ ରହିବାକୁ ପରାମର୍ଶ ଦିଆଯାଇଛି ।ପୂର୍ବରୁ ସୁସ୍ଥ ହୋଇଥିବା ୨୨୦ ଜଣଙ୍କୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ୨୨୬ ରେ ପହଂଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।