ଆଜି ଅନୁଗୋଳରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ।ସୁସ୍ଥ ହେଲେ ୨୨ ଜଣ । ପଜିଟିଭ ସଂଖ୍ୟା ପହଞ୍ଚିଲା ୩୮୫ ରେ ।

ଅନୁଗୋଳ(IYA NEWS:05/08/2020):
ଆଜି ଅନୁଗୋଳ ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେବଳ ବଅଁରପାଳ ବ୍ଳକ୍ ଅଂଚଳରୁ ସମସ୍ତ ୧୧ ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଯାହାଙ୍କ ବୟସ ୩୮,୪୨, ୪୮ ଓ ୫୦ ବର୍ଷ ହୋଇଥିବାବେଳେ ୫ ଜଣ ମହିଳାଙ୍କ ବୟସ ଯଥାକ୍ରମେ ୨୬, ୩୫,୪୦,୬୦ଓ ୭୨ । ଏହାଛଡା ସେମାନଂକ ମଧ୍ୟରେ ଜଣେ ୧୬ ବର୍ଷର ବାଳକ ଓ ଜଣେ ୫ ବର୍ଷର ବାଳିକା ଅଛନ୍ତି । ଏମାନେ ସମସ୍ତେ ସେହି ଗ୍ରାମର ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଛନ୍ତି । ଏହି ୧୧ ପଜିଟିଭକୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୮୫ ରେ ପହଂଚିଲା । ଏହି ୧୧ ଜଣ ଆକ୍ରାନ୍ତଙ୍କୁ ଚିକିତ୍ସା ନିମନ୍ତେ ତାଳଚେର କୋଭିଡ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ଇତି ମଧ୍ୟରେ ତାଳଚେର କୋଭିଡ ହସପିଟାଲରୁ ଚିକିତ୍ସିତ ହୋଇ ସୁସ୍ଥ ହୋଇଥିବା ୨୨ ଜଣକ ମଧ୍ୟରୁ ୨୦ ଜଣକୁ ନିଜ ଘରେ Isolation ରେ ରହିବାକୁ ପରାମର୍ଶ ଦିଆଯାଇଥିବାବେଳେ ୨ ଜଣଙ୍କୁ କୋଭିଡ କେୟାର ସେଣ୍ଟରକୁ ନିରୀକ୍ଷଣ ନିମନ୍ତେ ପଠାଯାଇଛି । ପୂର୍ବରୁ ସୁସ୍ଥ ହୋଇଥିବା ୨୩୯ ଜଣଙ୍କୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ୨୬୧ ରେ ପହଂଚିଲା ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।