ଅନୁଗୋଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଯୋଗଦେଲେ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ

ଅନୁଗୋଳ(IYA NEWS:14/09/2020):
ଅନୁଗୋଳ ଜିଲ୍ଲ‍ାରେ ନୂତନ ଜିଲାପାଳ ଭାବେ ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅାଜି କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲ୍ଲା କାର୍ଯ୍ୟାଳୟଠାରେ ସେ ପୂର୍ବତନ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ ଅବସରରେ ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଅବଲମ୍ବନ ପାଇଁ ଉପସ୍ଥିତ ପଦାଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ସହ ହିତାଧିକାରୀମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଉପରେ ଗୁରୁତ୍ୱାରୋପ କରିଥିଲେ। ଅନୁଗୋଳ ଜିଲାରେ କୋଭିଡ୍‌ ମୁକାବିଲା ସଠିକ୍‌ ଭାବେ କିପରି କରାଯିବ ସେନେଇ ଉଦ୍ୟମ କରାଯିବ ବୋଲି ନୂତନ ଜିଲାପାଳ କହିଛନ୍ତି। 
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।