ଆଜି ଅନୁଗୁଳ ଜିଲ୍ଲାରୁ ୭୫ ଜଣ କରୋନା ପଜିଟିଭ ଚିହ୍ନଟ:ପଜିଟିଭ ସଂଖ୍ୟା ପହଁଚିଲା ୧୨୧୧ ରେ

ଅନୁଗୋଳ(IYA NEWS:05/09/2020):
ଆଜି ଅନୁଗୁଳ ଜିଲ୍ଲାରୁ ୭୫ ଜଣ କରୋନା ପଜିଟିଭ ବାହାରି ପଜିଟିଭ ସଂଖ୍ୟା ୧୨୧୧ ରେ ପହଞ୍ଚିଛି।ସେମାନଙ୍କ ମଧ୍ୟରେ ତାଳଚେର ପୋୖରାଞ୍ଚଳରୁ ଚିହ୍ନଟ ହୋଇଥିବା ୧୮ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣ ପୁରୁଷ ଓ ୬ ଜଣ ମହିଳା ଅଛନ୍ତି।କଣିହାଁ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୭ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୯ ଜଣ ପୁରୁଷ, ୨ ଜଣ ବାଳକ, ୪ ଜଣ ମହିଳା ଓ ୨ ଜଣ ବାଳିକା ଅଛନ୍ତି।ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୯ ଜଣଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି।।ପାଲହଡା ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୯ ଜଣଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ବନରପାଳ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୯ ଜଣଙ୍କ ମଧ୍ୟରେ ୬ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି।ଅନୁଗୁଳ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସମସ୍ତ ୫ ଜଣ ଆକ୍ରାନ୍ତ ପୁରୁଷ ଅଟନ୍ତି।ଅନୁଗୁଳ ପୋୖରାଞ୍ଚଳରୁ ଚିହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି।ତାଳଚେର ବ୍ଲକ ଅଞ୍ଚଳରୁ ଚିହ୍ନଟ ୨ ଜଣ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ କିଶୋରନଗର ବ୍ଲକ ଅଞ୍ଚଳରୁ ଚିହ୍ନଟ ଜଣେ ଆକ୍ରାନ୍ତ ପୁରୁଷ ଅଟନ୍ତି।ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବା ଜଣାପଡିଛି।
ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣବିହୀନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରହିବାର ବ୍ୟବସ୍ଥା କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି।ଇତି ମଧ୍ୟରେ ସୁସ୍ଥ ହୋଇଥିବା ୯ ଜଣଙ୍କୁ ନିଜଘରେ ଆଇସୋଲେସନ ରେ ରହିବାକୁ ପରାମର୍ଶ ଦିଆଯାଇଛି।ପୂର୍ବରୁ ସୁସ୍ଥ ହୋଇଥିବା ୫୦୭ ଜଣଙ୍କୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ୫୧୬ ରେ ପହଂଚିଲା।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।