ଅାଜି ଅନୁଗୋଳ ଜିଲ୍ଲାରୁ ୮୬ ଜଣ କରୋନା ପଜିଟିଭ ଚିହ୍ନଟ । ସମୁଦାୟ ଅାକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୯୮୫ ରେ ।

ଅନୁଗୋଳ(IYA NEWS:02/09/2020):
ଆଜି ଜିଲ୍ଲାରେ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୫ ରେ ପହଞ୍ଚିଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ତାଳଚେର ବ୍ଲକରୁ ସର୍ବାଧିକ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୧୨ ଜଣ ପୁରୁଷ ଓ ୧୨ ଜଣ ମହିଳା ଅଛନ୍ତି । 
ବଅଁରପାଳ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୯ ଜଣଙ୍କ ମଧ୍ୟରେ ୧୪ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି । କଣିହାଁ ବ୍ଲକ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ଅନୁଗୋଳ ପୌରାଞ୍ଚଳରୁ ଚିହ୍ନଟ ହୋଇଥିବା ୮ ଜଣଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ତାଳଚେର ପୌରାଞ୍ଚଳରୁ ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ସେହିପରି ଅନୁଗୋଳ ବ୍ଲକ ଅଞ୍ଚଳରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଜଣେ ପୁରୁଷ ଜଣେ ବାଳିକା ଅଛନ୍ତି । କିଶୋରନଗର ବ୍ଲକ ଅଞ୍ଚଳରୁ ୨ ଜଣ ପୁରୁଷ ଆକ୍ରାନ୍ତ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।ଏହା ଭିତରେ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଯୋଗୁଁ ସୁସ୍ଥଙ୍କ ସଂଖ୍ୟା ୪୯୦ ରେ ପହଞ୍ଚିଛି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।